ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୪ ତାରିଖରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ୨୪ ତାରିଖ ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତ ହେବାର ସମ୍ଭାବନା ରହିଛି । ଏହା ଉତ୍ତରପୂର୍ବ ଦିଗରେ ଗତିକରି କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ କରିଛି । ୨୩ ଓ ୨୪ରେ ସମୁଦ୍ର ଅଶାନ୍ତ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି । ଏଥିପାଇଁ ମତ୍ସଜୀବୀମାନଙ୍କୁ ସମୁଦ୍ରକୁ ନ ଯିବା ଲାଗି କୁହାଯାଇଛି । ତେବେ ୨୪ ତାରିଖରେ ଦକ୍ଷିଣ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି ।