ବିଜେଡିରୁ ଇସ୍ତଫା ଦେଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଦେଶରେ ଲୋକସଭା ନିର୍ବାଚନର ୫ର୍ଥ ପର୍ଯ୍ୟାୟ ମତଦାନ ସରିଥିବା ବେଳେ ଆଉ ୨ଟି ପର୍ଯ୍ୟାୟ ବାକି ରହିଛି । ସେହିପରି ଓଡ଼ିଶାରେ ଏହା ମଧ୍ୟରେ ଦୁଇଟି ପର୍ଯ୍ୟାୟରେ ମତଦାନ ସରିଥିବା ବେଳେ ଆଗକୁ ଆଉ ଦୁଇଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ମେ ୨୫ରେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ପର୍ଯ୍ୟାୟ ମତଦାନ ଗ୍ରହଣ କରାଯିବ । ତୃତୀୟ ପର୍ଯ୍ୟାୟରେ ରାଜ୍ୟର ସମ୍ବଲପୁର, କେଉଁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ୱର ପରି ଗୁରୁତ୍ୱପୂର୍ଣ୍ଣ ଆସନରେ ଭୋଟିଂ ହେବ ।

ତେବେ ଏହା ମଧ୍ୟରେ ରାଜନୈତିକ କ୍ଷେତ୍ରରୁ ଆସିଛି ଏକ ବଡ଼ ଖବର । ବିଜେଡିରୁ ଇସ୍ତଫା ଦେଇଛନ୍ତି ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ । ୨୦୧୪ ଓ ୨୦୧୯ ନିର୍ବାଚନରେ ବାଲେଶ୍ୱର ଜିଲ୍ଲାର ସିମୁଳିଆ ବିଧାନସଭା ଆସନରୁ ଜ୍ୟୋତିପ୍ରକାଶ ବିଜେଡି ଟିକେଟରେ ବିଜୟୀ ହୋଇଥିଲେ । ବିଜେଡି ଛାଡ଼ିଥିବା ନେଇ ଜ୍ୟୋତିପ୍ରକାଶ ଏକ ଭିଡିଓ ବାର୍ତ୍ତା ଜରିଆରେ ସୂଚନା ଦେଇଛନ୍ତି । ସେ ତାଙ୍କର ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି । ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଥିବା ଉଲ୍ଲେଖ କରିଛନ୍ତି ।