fbpx

ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ମାସ ୧ ତାରିଖରେ ରାଜ୍ୟରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ଗ୍ରହଣ କରାଯିବ । ଏହା ମଧ୍ୟରେ ୩ଟି ପର୍ଯ୍ୟାୟରେ ଭୋଟରମାନେ ସେମାନଙ୍କର ପ୍ରିୟ ନେତାଙ୍କୁ ମତଦାନ ମାଧ୍ୟମରେ ଚୟନ କରିଛନ୍ତି । ଜୁନ୍ ୪ ତାରିଖରେ ଇଭିଏମ୍ ମେଶିନରୁ ସବୁ ପ୍ରାର୍ଥୀଙ୍କ ଭାଗ୍ୟ ଖୋଲିବ । ତେବେ ରାଜ୍ୟରେ ନିର୍ବାଚନୀ ବ୍ୟସ୍ତତା ମଧ୍ୟରେ ଆସିଛି ଏକ ବଡ଼ ଖବର । ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ତଥା ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ ହୋଇପଡ଼ିଛନ୍ତି । ତେଣୁ ତାଙ୍କୁ ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି । ସୁଦର୍ଶନଙ୍କର ନିଃଶ୍ୱାସ ନେବାରେ ସମସ୍ୟା ଦେଖାଦେଇଥିଲା । ଏ ବାବଦରେ ସୁଦର୍ଶନ ନିଜ ସୋସିଆଲ ମିଡ଼ିଆ ଆକାଉଣ୍ଟ ‘ଏକ୍ସ’ରେ ଏକ ପୋଷ୍ଟ ଶେୟାର କରି ସୂଚନା ଦେଇଛନ୍ତି ।

 

Get real time updates directly on you device, subscribe now.