fbpx

ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା, ଜାଣନ୍ତୁ କାହାକୁ ମିଳିବ ଫାଇଦା

ଭୁବନେଶ୍ୱର : ଓଡ଼ିଶାରେ ଭାଜପା ସରକାର ଗଢିଲେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା, ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସମସ୍ତ ଲାଭାର୍ଥିମାନେ ଏହି ଆୟୁଷ୍ମାନ ଭାରତ ଯୋଜନାର ଲାଭ ପାଇବେ। ଏନେଇ ନିର୍ବାଚନ ପୂର୍ବରୁ ରାଜ୍ୟ ଭାଜପା ସଭାପତି ଘୋଷଣା କରିଥିଲେ ।

ସେପଟେ ଓଡ଼ିଶାରେ ନୂଆ ସରକାର ଗଠନ ହେବା ପରେ ଓଡ଼ିଶାରେ ବିଏସକେୱାଇ କାର୍ଡ ବନ୍ଦ ହୋଇଯିବ । ଏହି ଯୋଜନା ଅଧୀନରେ ଯୋଜନାରେ ବାର୍ଷିକ ୯୬.୫ ଲକ୍ଷରୁ ଉର୍ଦ୍ଧ୍ୱ ପରିବାର ୫ ଲକ୍ଷ ଟଙ୍କା ଚିକିତ୍ସା ସହାୟତା ପାଉଥିବା ବେଳେ ପାଖାପାଖି ଏତିକି ଲୋକ ଆୟୁଷ୍ମାନ ଭାରତର ଲାଭ ପାଇପାରନ୍ତି ବୋଲି କୁହାଯାଉଛି। ଭାଜପା ସରକାରକୁ ଆସିଲେ ରାଜ୍ୟରେ ଅନ୍ୟ ସମସ୍ତ ଯୋଜନା ଭଳି ଆୟୁଷ୍ମାନ ଭାରତ ଲାଗୁ କରାଯିବା ନେଇ ପ୍ରତିଶ୍ରୁତି ଦିଆଯାଇଥିଲା।

Get real time updates directly on you device, subscribe now.