fbpx

ଯୁକ୍ତ 2 ଇନ୍‍ଷ୍ଟାଣ୍ଟ୍‍ ପରୀକ୍ଷା ପାଇଁ କେବେ ଭରିବେ ଫର୍ମ ? ଜାଣନ୍ତୁ

ଭୁବନେଶ୍ୱର : ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ଇନ୍‍ଷ୍ଟାଣ୍ଟ୍‍ ପରୀକ୍ଷା ନିମନ୍ତେ ଆସନ୍ତା ୧୧ ଓ ୧୨ ତାରିଖରେ ଫର୍ମ ପୂରଣ କରାଯିବ । ପ୍ରଥମ ପର୍ଯ୍ୟାୟରେ ଚଳିତମାସ ୧ରୁ ୫ ଯାଏଁ ଫର୍ମ ପୂରଣ ହୋଇଥିଲା । ଦ୍ୱିତୀୟ ପର୍ଯ୍ୟାୟରେ ଆସନ୍ତା ୧୩ ତାରିଖ ସୁଦ୍ଧା ଆବେଦନକାରୀ ସେମାନଙ୍କର ପ୍ରମାଣପତ୍ର ଅପ୍‍ଲୋଡ୍‍ ପାଇଁ ସୁଯୋଗ ଦିଆଯାଇଛି । ଯୁକ୍ତ ଦୁଇ କଳା, ବାଣିଜ୍ୟ, ବିଜ୍ଞାନ ଏବଂ ଧନ୍ଦାମୂଳକ ଶିକ୍ଷାରେ ଚଳିତମାସ ୨୮ ତାରିଖରେ ଇନ୍‍ଷ୍ଟାଣ୍ଟ ପରୀକ୍ଷା ପାଇଁ ୨୦ ତାରିଖରେ ଆଡମିଟ୍‍ କାର୍ଡ ପ୍ରଦାନ କରାଯିବ । ଜୁଲାଇ ୧୫ରେ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ କହିଛନ୍ତି ।

ତେବେ ରାଜ୍ୟରେ ଯୁକ୍ତ ଦୁଇ ପାଇଁ ନାମ ଲେଖାଇବାକୁ ଥିବା ୨ ହଜାର ୨୨୧ଟି କଲେଜରେ ଇ-ଆଡମିଶନ୍ କରାଯିବ। ଯୁକ୍ତ ଦୁଇ କଲେଜରେ ବର୍ତ୍ତମାନ ସୁଦ୍ଧା କଳାରେ ୨ ଲକ୍ଷ ୯୪ ହଜାର ୮୪୦ ସିଟ ରହିଥିବା ବେଳେ ବିଜ୍ଞାନରେ ୧ ଲକ୍ଷ ୬୬ ହଜାର ୯୨୯ଟି ସିଟ ରହିଛି। ସେହିପରି ବାଣିଜ୍ୟରେ ୪୦ ହଜାର ୧୦୪, ସଂସ୍କୃତରେ ୧୩ ହଜାର ୮୮ ଏବଂ ଧନ୍ଦାମୂଳକ ଶିକ୍ଷାରେ ୧୦ ହଜାର ୫୦୪ ସିଟ୍ ଉପଲବ୍ଧ। ନାମଲେଖା ସମ୍ପର୍କରେ ଅଧିକ ସୂଚନା ପାଇଁ ଛାତ୍ରଛାତ୍ରୀମାନଙ୍କ ପାଇଁ ହେଲପଲାଇନ ନମ୍ବର ଜାରି କରାଯାଇଛି । ଜୁଲାଇ ୬ ତାରିଖ ହେଉଛି ଆବେଦନର ଶେଷ ତାରିଖ। ଆବେଦନ ଫି’ ବାବଦକୁ ସାଧାରଣ ବର୍ଗ ଛାତ୍ରଛାତ୍ରୀଙ୍କ ପାଇଁ ୨ଶହ ଟଙ୍କା ଏବଂ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ପିଲାଙ୍କ ପାଇଁ ଶହେ ଟଙ୍କା ଧାର୍ଯ୍ୟ କରାଯାଇଛି।

ଦିବ୍ୟାଙ୍ଗ, ତୃତୀୟ ଲିଙ୍ଗୀ ଓ ଅନାଥ ପିଲାଙ୍କ ପାଇଁ ନିଶୁଳ୍କ କରାଯାଇଛି। ନାମଲେଖା ସରିବା ପରେ ଅଗଷ୍ଟ ପହିଲାରୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତବର୍ଷ ୯୬.୦୭ % ଛାତ୍ରଛାତ୍ରୀ ମାଟ୍ରିକ ପାସ କରିଛନ୍ତି । ୫ ଲକ୍ଷ ୪୧ ହଜାର ୬୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବାବେଳଏ ୫ ଲକ୍ଷ ୩୦ ହଜାର ୧୫୩ ଜଣ ପାସ କରିଛନ୍ତି।

Get real time updates directly on you device, subscribe now.