fbpx

ରାଜ୍ୟରେ ଆଉ ୯୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୧୮।୬(ଓଡ଼ିଶା ଭାସ୍କର): ରାଜ୍ୟରେ ଅଜି ଆଉ ୧୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୩୧୪୪କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୯୭ ଆକ୍ରାନ୍ତଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୧୭, ଖୋର୍ଦ୍ଧାରୁ ୧୬, ଗଞ୍ଜମାରୁ ୧୬, କନ୍ଧମାଳରୁ ୧୪, ମୟୁରଭଞ୍ଜରୁ ୯, ଯାଜପୁରରୁ ୭, ପୁରୀରୁ ୫, ନୟାଗଡ଼ରୁ ୪, କେନ୍ଦ୍ରାପଡ଼ାରୁ ୩, ବରଗଡ଼ରୁ ୨, କେନ୍ଦୁଝରରୁ ୨, ଢ଼େଙ୍କାନାଳ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.