fbpx

ରାହୁଲ ଗାନ୍ଧୀ ଲୋକସଭାରେ ବିରୋଧୀ ଦଳ ନେତା ନିଯୁକ୍ତ; କଂଗ୍ରେସ ବୈଠକରେ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ : କଂଗ୍ରେସ ବୈଠକରେ ନିଆଗଲା ବଡ଼ ନିଷ୍ପତ୍ତି । ଲୋକସଭାରେ ରାହୁଲ ଗାନ୍ଧୀ ହେବେ ବିରୋଧୀ ଦଳ ନେତା । କଂଗ୍ରେସ ସାଧାରଣ ସମ୍ପାଦକ କେସି ବେଣୁଗୋପାଳ କହିଛନ୍ତି ଯେ ରାହୁଲ ଗାନ୍ଧୀ ଲୋକସଭାରେ ବିରୋଧୀ ଦଳ ନେତା ହେବେ। ଆଜିର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ୨୦୨୪ ଲୋକସଭା ନିର୍ବାଚନ ଫଳାଫଳ ପରେ ସରକାର ଗଠନ ହୋଇଥିଲା ।

ସେବେଠାରୁ ଗୃହରେ ବିରୋଧୀ ଦଳ ନେତା କିଏ ହେବ ସେନେଇ ଲଗାତାର ଚର୍ଚ୍ଚା ହେଉଥିଲା । ଏବେ ଏହି ଆଲୋଚନାର ମଧ୍ୟ ଅନ୍ତ ଘଟିଛି ଏବଂ ଉତ୍ତରପ୍ରଦେଶର ରାଏବରେଲି ଲୋକସଭା ଆସନରୁ ସାଂସଦ ତଥା କଂଗ୍ରେସର ବରିଷ୍ଠ ନେତା ରାହୁଲ ଗାନ୍ଧୀ ଲୋକସଭାରେ ବିରୋଧୀ ଦଳ ନେତା ହେବେ । ଏନେଇ କଂଗ୍ରେସ ପକ୍ଷରୁ ଘୋଷଣା କରାଯାଇଛି ।

କଂଗ୍ରେସ ସାଧାରଣ ସମ୍ପାଦକ କେସି ବେଣୁଗୋପାଳ କହିଛନ୍ତି ଯେ ରାହୁଲ ଗାନ୍ଧୀ ଲୋକସଭାରେ ବିରୋଧୀ ଦଳ ନେତା ହେବେ । କଂଗ୍ରେସ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏ ସଂକ୍ରାନ୍ତରେ କଂଗ୍ରେସ ସଂସଦୀୟ ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀ ବାଚସ୍ପତିଙ୍କୁ ଚିଠି ଲେଖି ରାହୁଲ ଗାନ୍ଧୀ ଲୋକସଭାରେ ବିରୋଧୀ ଦଳ ନେତା ହେବେ ବୋଲି କହିଛନ୍ତି ।

Get real time updates directly on you device, subscribe now.