ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ; ୫ଟି ପ୍ରସ୍ତାବରେ ବାଜିଲା ମୋହର

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ । ୫ଟି ପ୍ରସ୍ତାବରେ କ୍ୟାବିନେଟ ମୋହର । ସର୍ବନିମ୍ନ ମଜୁରୀ ବୃଦ୍ଧି ନେଇ ରାଜ୍ୟ କ୍ୟାବିନେଟର ମଂଜୁରୀ । ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀଙ୍କ ମଜୁରୀ ବଢ଼ିଲା । ଅଣକୁଶଳୀ ମଜୁରୀ ୩୫୨ରୁ ୪୫୦ ଟଙ୍କାକୁ ବଢ଼ିଲା । କୁଶଳୀ ମଜୁରୀ ୩୯୨ରୁ ୫୦୦, ଉଚ୍ଚ କୁଶଳୀ ୫୦୨ରୁ ୬୦୦କୁ ବୃଦ୍ଧି । ସେହିଭଳି ଓଡ଼ିଆ ଅସ୍ମିତା ପାଇଁ ୨ଶହ କୋଟିର କର୍ପସ ପାଣ୍ଠିକୁ ମଂଜୁରୀ । ଓଡ଼ିଆ ଅସ୍ମିତା ଭବନ ନିର୍ମାଣ, ଓଡ଼ିଆ ଅନୁବାଦ ଏକାଡେମୀ ପ୍ରତିଷ୍ଠା ହେବ ।

ସବୁଠୁ ବଡ଼କଥା ତାଳପତ୍ର ପୋଥି ସଂଗ୍ରହାଳୟ, ବିଭିନ୍ନ ୟୁନିଭର୍ସିଟିରେ ଓଡ଼ିଆ ଚେୟାର ପ୍ରତିଷ୍ଠା କରାଯିବ । ବାଲିଯାତ୍ରାକୁ ଅନ୍ତର୍ଜାତୀୟ ମାନ୍ୟତା ପ୍ରଦାନ ପାଇଁ ପ୍ରଚେଷ୍ଟା କରାଯିବ । ପିଏମ୍ କିଷାନରେ ଆଉ ପ୍ରାୟ ୬ ଲକ୍ଷ ଚାଷୀ ସାମିଲ ହେବେ । ଏପରିକି ବାଦ୍‌ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯିବ । କ୍ଷୁଦ୍ର, ମଧ୍ୟମ ଓ ସହରାଞ୍ଚଳ ଚାଷୀଙ୍କୁ ସାମିଲ କରାଯିବ । ବାଦ୍‌ ପଡ଼ିଥିବା ଚାଷୀଙ୍କୁ ସାମିଲ ପାଇଁ କ୍ୟାବିନେଟ ନିଷ୍ପତ୍ତି ।