fbpx

BIG BREAKING…ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଅସୁସ୍ଥ; ଏମ୍ସର ନ୍ୟୁରୋସର୍ଜରୀ ବିଭାଗରେ ହେଲେ ଭର୍ତ୍ତି

ନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଅସୁସ୍ଥ । ଗୁରୁବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ହଠାତ୍ ଖରାପ ହେବାରୁ ତାଙ୍କୁ ଏମ୍ସର ନ୍ୟୁରୋ ସର୍ଜରୀ ବିଭାଗରେ ଭର୍ତ୍ତି କରାଯାଇଥିଲା । ମିଳିଥିବା ସୂଚନା ଅନୁଯାୟୀ, ପିଠିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିଥିବା ସୂଚନା ମିଳିଛି । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ୧୦ ଜୁଲାଇ ୨୦୨୪ରେ ତାଙ୍କର ୭୩ତମ ଜନ୍ମଦିନ ପାଳନ କରିଥିଲେ । ଦେଶର ସମସ୍ତ ନେତା ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ପ୍ରତିରକ୍ଷା ମନ୍ତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା କୁ ନେଇ ଏମ୍ସ ପକ୍ଷରୁ ଆନୁଷ୍ଠାନିକ ଭାବେ କୌଣସି ବିବୃତି ଜାରି କରାଯାଇନାହିଁ ।

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କୁ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲ ଏକ୍ସରେ କହିଛନ୍ତି ” ସେ କ୍ୟାବିନେଟର ଜଣେ ମୂଲ୍ୟବାନ ସହଯୋଗୀ । ଜଣେ ନେତା ଯିଏ ନିଜର ବୁଦ୍ଧି ପାଇଁ ବହୁତ ସମ୍ମାନିତ । କଠିନ ପରିଶ୍ରମ ଓ ସେବା ପ୍ରତି ପ୍ରତିବଦ୍ଧତା ବଳରେ ସେ ଜନଜୀବନରେ ଉନ୍ନତି ଲାଭ କରିଛନ୍ତି । ଭାରତର ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଏବଂ ଏହି କ୍ଷେତ୍ରରେ ଆମ ଦେଶକୁ ଆତ୍ମନିର୍ଭରଶୀଳ କରିବାଦିଗରେ ସେ ଅଗ୍ରଣୀ ଭୂମିକା ଗ୍ରହଣ କରୁଛନ୍ତି । ମୁଁ ତାଙ୍କ ଦୀର୍ଘାୟୁ ଓ ସୁସ୍ଥ ଜୀବନ କାମନା କରୁଛି । “

Get real time updates directly on you device, subscribe now.