fbpx

ନୀଳାଦ୍ରୀ ବିଜେ ପର୍ଯ୍ୟନ୍ତ ପୁରୀରେ ରହିବେ ୩ ମନ୍ତ୍ରୀ, ଅବଶିଷ୍ଟ ରୀତିନୀତି ଶୃଙ୍ଖଳିତ କରିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲିବାକୁ ଯାଉଛି । ଏଥିପାଇଁ ରାଜ୍ୟ ସରକାର ଚୂଡ଼ାନ୍ତ ଏସଓପି ଜାରି କରିଛନ୍ତି । ଆଜି ଦିନ ୧ଟାରୁ ସାଢ଼େ ୧ ଭିତରେ ରତ୍ନଭଣ୍ଡାର ଖୋଲିବାକୁ ଯୋଜନା କରାଯାଇଛି । ସେହିପରି ସୋମବାର ବାହୁଡ଼ା ଯାତ୍ରା ଥିବାରୁ ଆଜି ସନ୍ଧ୍ୟା ୫ଟା ପରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ବୋଲି କହିଛନ୍ତି ପୁରୀ ଜିଲ୍ଲାପାଲ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ।

ତେବେ ନୀଳାଦ୍ରୀ ବିଜେ ନସରିବା ପର୍ଯ୍ୟନ୍ତ ପୁରୀରେ ସକ୍ରିୟ ଭାବେ ଉପସ୍ଥିତ ରହି ଶ୍ରୀ ଗୁଣ୍ଡିଚା ଯାତ୍ରାର ଅବଶିଷ୍ଟ ରୀତିନୀତି ନୀରିକ୍ଷଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୩ ଜଣ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ୍ ମନ୍ତ୍ରୀ ପୃଥ୍ୱିରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ସୂଯ୍ୟବଂଶୀ ସୂରଜ ନୀଳାଦ୍ରୀ ବିଜେ ପର୍ଯ୍ୟନ୍ତ ରଥଯାତ୍ରାର ଅବଶିଷ୍ଟାଂଶ ରୀତିନୀତି ଶୃଙ୍ଖଳିତ ହେବା ସହ ଶ୍ରଦ୍ଧାଳୁ ତଥା ଭକ୍ତମାନଙ୍କର ଯେପରି କୌଣସି ଅସୁବିଧା ନହେବ ତାହା ସୁନିଶ୍ଚିତ କରିବା ନେଇ ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

Get real time updates directly on you device, subscribe now.