fbpx

ଆସନ୍ତା ୧୯ରେ ଓଡ଼ିଶା ଆସୁଛନ୍ତି ଜେପି ନଡ୍ଡା, ବିଜେପି ବୈଠକରେ ଯୋଗ ଦେବେ

ଭୁବନେଶ୍ୱର: ଆସନ୍ତା ୧୯କୁ ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟ ବିଜେପି ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ତେବେ କୌଣସି ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁଁ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହଙ୍କ ଆସିବା ସମ୍ଭବପର ନୁହେଁ । ବୈଠକରେ ଆଗାମୀ ଦିନର ରଣନୀତି ଓ କାର୍ଯ୍ୟପନ୍ଥା ଦଳ ପ୍ରସ୍ତୁତ କରିବ ବୋଲି ସେ କହିଛନ୍ତି । ଶାସକ ଦଳ ହିସାବରେ ଆଗାମୀ ଦିନରେ ଦଳ କେଉଁ କେଉଁ କାର୍ଯ୍ୟକ୍ରମ ହାତକୁ ନେଇ ସେ ନେଇ ରାଜନୈତିକ ଚିଠା ପ୍ରସ୍ତାବ ପାରିତ ହେବ ବୋଲି ମନମୋହନ ସାମଲ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.