fbpx

ଯେତିକି ଆକ୍ରାନ୍ତ ସେତିକି ସୁସ୍ଥ: ରାଜ୍ୟରେ ଆଉ ୧୪୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୨ ।୬(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ବଢି ବଢି ଚାଲିଥିବା ବେଳେ ସୁସ୍ଥ ସଂଖ୍ୟା ବି ବଢିବାରେ ଲାଗିଛି । ଆଜି ସକାଳେ ୧୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ଆଉ ୧୪୩ ଜଣ ସୁସ୍ଥ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ୩୮୬୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଛନ୍ତି । ତେବେ ଆଜି ମୋଟ ୨୦ଟି ଜିଲ୍ଲାରୁ ୧୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଗଜପତିରୁ ସର୍ବାଧିକ ୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ବରଗଡ଼ରୁ ୧୫ଜଣ, ମାଲକାନଗିରିରୁ ୧୫ଜଣ, ପୁରୀରୁ ୧୫ଜଣ, ବଲାଙ୍ଗୀରରୁ ୧୨ଜଣ, କଟକରୁ ୧୦ଜଣ, ଖୋର୍ଦ୍ଧାରୁ ୯ଜଣ, ମୟୁରଭଞ୍ଜରୁ ୮ଜଣ, କେନ୍ଦ୍ରାପଡ଼ାରୁ ୬ଜଣ, ବାଲେଶ୍ୱର,ଢେଙ୍କାନାଳ ଏବଂ ସମ୍ବଲପୁରରୁ ୫ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ଭଦ୍ରକ, ବୌଦ୍ଧ, ଜଗତସିଂହପୁର, ଯାଜପୁର ଏବଂ କଳାହାଣ୍ଡିରେ ୩ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏହା ସହ କନ୍ଧମାଳ ଏବଂ କେନ୍ଦୁଝରରୁ ୨ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.