fbpx

ରଥଯାତ୍ରା ତଦାରଖ ପାଇଁ ୩ମନ୍ତ୍ରୀ ଓ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷଙ୍କୁ ଦାୟିତ୍ୱ

ଭୁବନେଶ୍ୱର, ୨୨ା୬(ଓଡ଼ିଶା ଭାସ୍କର): ପୁରୀରେ କ୍ୟାମ୍ପ କରିବେ ତିନି ମନ୍ତ୍ରୀ ଓ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ । ସେମାନେ ରଥଯାତ୍ରା ଓ ନିଳାଦ୍ରୀବିଜେ ପର୍ଯ୍ୟନ୍ତ ସ୍ଥିତି ତଦାରଖ କରିବେ । ତିନି ମନ୍ତ୍ରୀ ହେଉଛନ୍ତି ଆଇନ ମନ୍ତ୍ରୀ ପ୍ରତାପ ଜେନା, ଗଣଶିକ୍ଷାମନ୍ତ୍ରୀ ସମୀର ଦାସ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ । ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ମଧ୍ୟ ରହିବେ । ତିନି ମନ୍ତ୍ରୀ ଓ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷଙ୍କୁ ସ୍ଥିତି ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

Get real time updates directly on you device, subscribe now.