fbpx

ରାଜ୍ୟରେ ଆଉ ୧୨୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୩ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୩୯୮୮କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୧୨୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩୩, ପୁରୀରୁ ୧୭, କଟକରୁ ୧୪, ମୟୁରଭଞ୍ଜରୁ ୧୩, ଗଞ୍ଜାମରୁ ୧୦, କେନ୍ଦୁଝରରୁ ୯, ଯାଜପୁରରୁ ୮, ନୂଆପଡ଼ାରୁ ୬, କେନ୍ଦ୍ରାପଡ଼ାରୁ ୪, ଜଗତସିଂହପୁରରୁ ୪, ସୁନ୍ଦରଗଡ଼ରୁ ୩, ବଲାଙ୍ଗିରରୁ ୨, କନ୍ଧମାଳ ଓ ମାଲକାନଗିରିରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାପଡି଼ଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.