fbpx

ସହଯୋଗ ପାଇଁ ପୁରୀ ଜନସାଧାରଣଙ୍କୁ ଧନ୍ୟବାଦ: ମୁଖ୍ୟମନ୍ତ୍ରୀ

ପୁରୀ,୨୩ା୬(ଓଡ଼ିଶା ଭାସ୍କର): ଗୁଣ୍ଡିଚା ମନ୍ଦିର ଆଗରେ ଲାଗିଲା ତିନି ରଥ । ଶରଧାବାଲିରେ ତାଳଧ୍ୱଜ, ଦର୍ପଦଳନ ଓ ନନ୍ଧିଘୋଷ ରଥ ଲାଗିଛି । ଆସନ୍ତାକାଲି ଜନ୍ମବେଦୀ ଆଡ଼ପ ମଣ୍ଡପକୁ ବିଜେ କରିବେ ତିନି ଠାକୁର । ଶାନ୍ତିଶୃଙ୍ଖଳା ସହ ଗୁଣ୍ଡିଚା ଯାତ୍ରା ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେବାୟତ, ଜିଲ୍ଲା ପ୍ରଶାସନ, ଶ୍ରୀମନ୍ଦିର ପ୍ରଶାସନକୁ ଧନ୍ୟବାଦ ଦେଇଛନ୍ତି । ଏଥିସହିତ ସ୍ୱାସ୍ଥ୍ୟ ବିଭାଗ ଓ ପୋଲିସ ପ୍ରଶାସନକୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି । ସହଯୋଗ ପାଇଁ ପୁରୀ ଜନସାଧାରଣଙ୍କୁ ସାଧୁବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

Get real time updates directly on you device, subscribe now.