fbpx

୩୧ ସୁଦ୍ଧା ଆଉ ଏକ ଘୂର୍ଣ୍ଣିବଳୟ, ୨୪ ଘଣ୍ଟା ପାଇଁ ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଆସନ୍ତା ୩୧ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଆଉଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଜ୍ଞାନୀ ସଞ୍ଜୟ ଦ୍ୱିବେଦୀ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ଆସନ୍ତା ୩୧ରୁ ୨ ତାରିଖ ଯାଏ ଛତିଶଗଡ଼ରେ ମଧ୍ୟ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଏହାବ୍ୟତୀତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସୂଚନା ଦିଆଯାଇଛି । ଏପରିକି ଏହି ୬ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ୩୧ ତାରିଖ ଦିନ ୧୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ମଧ୍ୟ ପୂର୍ବାନୁମାନ କରାଯାଇଛି । ସେସବୁ ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଦେବଗଡ଼, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା । ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷାର ସମ୍ଭାବନା ରହିଛି । ତେଣୁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାପାଇଁ କୁହାଯାଇଛି ।

Get real time updates directly on you device, subscribe now.