fbpx

ହଜାରେ ଟପିଲା ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଗଞ୍ଜାମ, ୨୪ା୬(ଓଡ଼ିଶା ଭାସ୍କର): ଗଞ୍ଜାମ ଜିଲ୍ଲାରେ ଆଜି ଆଉ ୭୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୭୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୪ଜଣ କରୋନା ଯୋଦ୍ଧା ଥିବା ସୂଚନା ମିଳିଛି । ଏବେ ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୦କୁ ବୃଦ୍ଧି ପାଇଥିବା ବେଳେ ସୁସ୍ଥ ହୋଇଛନ୍ତି ୬୮୦ଜଣ । ଏହାସହ ଏବେ ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୪୩ ଜଣ ଚିକିତ୍ସାଧୀନ ଅଛନ୍ତି ।

ଅନ୍ୟପଟେ ଆସନ୍ତା ୧୦ ଦିନ ପର୍ଯ୍ୟନ୍ତ ଗଞ୍ଜାମର ସବୁ ସରକାରୀ ଅଫିସକୁ ସର୍ବସାଧାରଣ ଯିବା ଉପରେ କଟକଣା ଲାଗୁ ହୋଇଛି । ବରିଷ୍ଠ ସରକାରୀ ଅଧିକାରୀ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହିପରି ନିଷ୍ପତ୍ତି ନିଆଯାଇଛି । କରୋନା ସଂକ୍ରମଣ ରୋକିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହିପରି ପଦକ୍ଷେପ ନିଆଯାଇଛି । ଏନେଇ ଗଞ୍ଜାମ ଜିଲ୍ଲାପାଳ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.