fbpx

ଭୁବନେଶ୍ୱରରେ ବ୍ୟାପୁଛି କରୋନା, ଆଜି ୨୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୪ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୨୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୨ ଜଣ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ୨୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୩ଜଣ ଘରେ ସଙ୍ଗରୋଧରେ ଥିଲେ ଓ ଅନ୍ୟ ୧୯ଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବା ଜଣାପଡ଼ିଛି । ୨୨ଜଣଙ୍କ ମଧ୍ୟରୁ ଏକ ଘରୋଇ ହସ୍ପିଟାଲରୁ ୧୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ନୀଳାଦ୍ରିବିହାର ଓ ଚନ୍ଦ୍ରଶେଖରପୁରରୁ ୨ଜଣ ପଜିଟିଭ, ଶୈଳଶ୍ରୀବିହାର ଅଞ୍ଚଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ଆକ୍ରାନ୍ତଙ୍କ ସଂଖ୍ୟା ୨୨୦କୁ ବୃଦ୍ଧି ପାଇଛି । ୨୨୦ ପଜିଟିଭରୁ ୩ଜଣଙ୍କର ମୃତ୍ୟୁ ହୋଇଛି ଓ ୧୧୩ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜଧାନୀରେ ୧୦୩ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି ।

Get real time updates directly on you device, subscribe now.