fbpx

ଆଜି ପୁଣି କମିଗଲା ସୁନା ଦର: ଜାଣନ୍ତୁ ୧୦ ଗ୍ରାମ ପିଛା କେତେ ରହିଛି ରେଟ୍

ନୂଆଦିଲ୍ଲୀ : ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୪, ୭୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୦,୫୮୦ ଟଙ୍କା ରହିଛି । ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ଆଜି ୨୨ କ୍ୟାରେଟ୍ ରେ ୧୦୦ ଓ ୨୪ କ୍ୟାରେଟ୍ ରେ ୧୧୦ ଟଙ୍କା ହ୍ରାସ ହୋଇଛି।

ସେହିପରି, ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୪,୮୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୦,୭୩୦ ଟଙ୍କା ରହିଛି। ୨୨ କ୍ୟାରେଟ୍ ରେ ୧୦୦ ଓ ୨୪ କ୍ୟାରେଟ୍ ରେ ୧୧୦ ଟଙ୍କା କମିଛି।

ସେପଟେ, ମାୟାନଗରୀ, ମୁମ୍ବାଇରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୪, ୭୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୦, ୫୮୦ ଟଙ୍କା ରହିଛି। ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ରେ ୧୦୦ ଓ ୧୧୦ ଟଙ୍କା ଖସିଛି।

ସେହିପରି, ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ବି ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଚେନ୍ନାଇ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୪,୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ମୂଲ୍ୟ ୧୦ ଗ୍ରାମ୍ ପିଛା ୭୦,୩୬୦ ଟଙ୍କା ରହିଛି। ୨୨ କ୍ୟାରେଟରେ ୧୦୦ ଟଙ୍କା ଓ ୨୪ କ୍ୟାରେଟ୍ ରେ ୧୧୦ ଟଙ୍କା ହ୍ରାସ ପାଇଛି।

ସେହିକ୍ରମରେ ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୪,୭୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ୧୦ ଗ୍ରାମ୍ ମୂଲ୍ୟ ୭୦,୫୮୦ ଟଙ୍କା ରହିଛି । ଏବଂ ୧୮ କ୍ୟାରେଟ୍ ର ଦାମ୍ ୧୦ ଗ୍ରାମ୍ ପିଛା ୫୨,୯୪୦ ଟଙ୍କା ରହିଛି। ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ୨୨ କ୍ୟାରେଟ୍ ରେ ୧୦୦ ଓ ୨୪ କ୍ୟାରେଟ୍ ରେ ୧୧୦ ଏବଂ ୧୮ କ୍ୟାରେଟ୍ ରେ ୮୦ ଟଙ୍କା ହ୍ରାସ ହୋଇଛି। ସେପଟେ, ରୁପା କେଜି ପିଛା ୧୭୦୦ ଟଙ୍କା ଖସି ଦର ୮୫,୫୦୦ ଟଙ୍କାରେ ପହଞ୍ଚିଛି।

Get real time updates directly on you device, subscribe now.