fbpx

ଆଗାମୀ ୭ ତାରିଖ ବେଳକୁ ଆଉ ଏକ ଘୁର୍ଣ୍ଣିବଳୟର ସମ୍ଭାବନା ! ବଢିବ ବର୍ଷାର ପରିମାଣ

ଭୁବନେଶ୍ୱର : ଏବେ କମିଲା, ପୁଣି ୬ରୁ ବଢ଼ିବ ବର୍ଷା । ବର୍ତ୍ତମାନ ସକ୍ରିୟ ରହିଛି ମୌସୁମୀ । ଆଗାମୀ ୫ ଦିନ ଯାଏ ରାଜ୍ୟରେ ବର୍ଷା ଜାରି ରହିବ । ଆଜିଠୁ କମିବ ବର୍ଷାର ପରିମାଣ । ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି କିଛି ଅଂଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିବ । ୬ ତାରିଖ ଯାଏ କୌଣସି ସତର୍କ ସୂଚନା ନାହିଁ । ୬ ରୁ ପୁଣି ବଢିବ ବର୍ଷାର ପରିମାଣ ।

ଆଗାମୀ ୭ ତାରିଖ ବେଳକୁ ଆଉ ଏକ ଘୁର୍ଣ୍ଣିବଳୟର ସମ୍ଭାବନା ଥିବାବେଳେ ଏହାର ପ୍ରଭାବରେ ବର୍ଷାର ବିସ୍ତୃତି ବଢ଼ିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପରେ ଏହା ଲଘୁଚାପର ରୂପ ନେଇପାରେ ବୋଲି ମଧ୍ୟ ଆକଳନ କରିଛି ପାଣିପାଗ ବିଭାଗ ।

ଗତ ୨୪ ଘଣ୍ଟାରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ପିପିଲିରେ ସର୍ବାଧିକ ୧୦୯ ମିମି ବର୍ଷା ରେକର୍ଡ ହୋଇଛି । ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୫୩୩.୦ ମିମି ବର୍ଷା ରେକର୍ଡ ହୋଇଛି । ଏବେବି ୯ ପ୍ରତିଶତ ନିଅଁଟିଆ ବର୍ଷା ରହିଛି । ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।

Get real time updates directly on you device, subscribe now.