fbpx

ଆସନ୍ତା ୬ରୁ ବଢିବ ବର୍ଷା, ୧୫ ଜିଲ୍ଲାକୁ ଜାରି ହେଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୬ ତାରିଖରୁ ବର୍ଷା ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅଗଷ୍ଟ ୭ ତାରିଖରେ ଛଅଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ସୂଚନାମୁଯାୟୀ, ଆସନ୍ତା ୬ ତାରିଖରୁ ୧୫ଟି ଜିଲ୍ଲାରେ ବିଜୁଳି ଘଡଘଡି ସହ, ୭ରୁ ୧୧ ସେମି ବର୍ଷା ହେବାର ସମ୍ଭାବନା ରହିଛି । ଏହି ୧୫ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏହି ଜିଲ୍ଲା ଗୁଡିକ ହେଲେ, କେନ୍ଦୁଝର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଢେଙ୍କାନାଳ, ବାଲେଶ୍ୱର, ମୟୂରଭଞ୍ଜ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଗଞ୍ଜାମ, ଗଜପତି, କନ୍ଧମାଳ ଓ ରାୟଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ୭ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ୬ ଜିଲ୍ଲାକୁ ସତର୍କ କରାଯାଇଛି । ୧୨ରୁ ୨୦ ସେମି ବର୍ଷା ହେବ ବୋଲି ସମ୍ଭାବନା ରହିଛି । ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

Get real time updates directly on you device, subscribe now.