fbpx

କାଲିଠାରୁ ରାଜ୍ୟରେ ପ୍ରବଳ ବର୍ଷା: ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ଜାରି

ଭୁବନେଶ୍ୱର: ଆଗାମୀ ୪ ଦିନ ଉତ୍ତର ଓ ଉପକୂଳ ଓଡିଶାର କିଚ୍ଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ଲାଗିରହିଛି ଲଗାଣ ବର୍ଷା। ତେବେ ୬ ତାରିଖ ସଂଧ୍ୟାରୁ ବର୍ଷାର ପରିମାଣ ବଢିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିପରି ୭ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିହେବା ସମ୍ଭାବନା ରହିଛି ।

ସେହିପରି କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ଏସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହୋଇପାରେ ବୋଲି ଆଶଙ୍କା କରାଯାଇଛି । ୭ ତାରିଖ ବେଳକୁ ବର୍ଷାର ପରିମାଣ ଆହୁରି ବଢିବ। ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।ବୁଧବାର ରାଜ୍ୟର କେତେକ ସ୍ଥାନରେ ୧୧୫ରୁ ୨୦୪ ମିଲିମିଟର ବର୍ଷା ହେବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ

Get real time updates directly on you device, subscribe now.