fbpx

ବଢ଼ିଲା ବନ୍ୟା ଜଳସ୍ତର: ହୀରାକୁଦରେ ଖୋଲିଲା ଆଉ ୬ଟି ଗେଟ୍, ବନ୍ୟା ଆଶଙ୍କା ନେଇ ୧୦ ଜିଲ୍ଲାପାଳଙ୍କୁ ସତର୍କ ନିର୍ଦ୍ଦେଶ ଦେଲେ SRC

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା ଫଳରେ ହୀରାକୁଦ ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଇଥିଲା । ସେଥିପାଇଁ ଡ୍ୟାମର ଆଉ ୬ଟି ଗେଟକୁ ଖୋଲାଯାଇଛି । ବର୍ତ୍ତମାନ ମୋଟ ୧୪ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ଜଳ ଭଣ୍ଡାରରୁ ଜଳ ଛଡ଼ାଯିବା ପରେ ଏବେ ମହାନଦୀରେ ଜଳସ୍ତର ବୃଦ୍ଧି ପାଇଛି । କଟକର ମୁଣ୍ଡଳୀ ଠାରେ ୫.୭୮ ଲକ୍ଷ କ୍ୟୁସେକ ବନ୍ୟାଜଳ ନିଷ୍କାସିତ ହେଉଛି । ଏପରି ସ୍ଥିତିରେ ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା ବଢ଼ିଯାଇଛି ।

ପରିସ୍ଥିତିକୁ ଦୃଷ୍ଟିରେ ରଖି ୧୦ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱନ୍ତ୍ର ରିଲିଫ କମିଶନର (ଏସଆରସି) । ସମ୍ବଲପୁର, ନୟାଗଡ଼, ଅନୁଗୁଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ସୋନପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାର ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସତର୍କ କରିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି । ସୂଚନାଯୋଗ୍ୟ ଯେ, ଏହା ପୂର୍ବରୁ ବନ୍ୟା ଜଳ ସ୍ତର ବୃଦ୍ଧି ହେବା ଫଳରେ ୮ଟି ଗେଟ୍ ଖୋଲାଯାଇଥିଲା । ଏବେ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇ ୬୧୧.୬୭ ଫୁଟରେ ପହଞ୍ଚିଥିବା ଡ୍ୟାମ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.