fbpx

ଅଗଷ୍ଟ ୧୨ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହେଲା ବିଜ୍ଞପ୍ତି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ଅଗଷ୍ଟ ୧୨ ତାରିଖ (ସୋମବାର ଦିନ) ୟୁନିଟ-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିଯୋଗ ଶୁଣାଣି କରିବେ ନାହିଁ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ଗଣମାଧ୍ୟମ ଜରିଆରେ ସୂଚିତ କରାଯିବ । ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି ।

ଏହା ପୂର୍ବରୁ ଗତ ୫ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ହେବା ନେଇ ବିଜ୍ଞପ୍ତି ଜାରି କରାଯାଇଥିଲା । ସେହିଦିନ ସକାଳ ୧୧ଟା ସମୟରେ ୟୁନିଟ-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି ପୂର୍ବରୁ ଇଚ୍ଛୁକ ବ୍ୟକ୍ତିବିଶେଷଙ୍କୁ ପଞ୍ଜିକରଣ କରାଇବାକୁ କୁହାଯାଇଥିଲା । ସେହିପରି ଏହା ପୂର୍ବରୁ ଗତ ମାସ ୨୯ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା ।

ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଜାରି ରହିଥିବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରଖାଯାଇଥିଲା । ତା’ ପୂର୍ବରୁ ଗତ ମାସ ୨୨ ତାରିଖରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା । ୨୨ ତାରିଖ ଠାରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଥିବାରୁ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଯାଇଥିଲା । ଏହି ଶୁଣାଣି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟର ହଜାର ହଜାର ଜନସାଧାରଣ ଭେଟିବା ସହ ନିଜର ଅଭିଯୋଗ ଉପସ୍ଥାପନ କରିଛନ୍ତି । ସୂଚନାଯୋଗ୍ୟ ଯେ, ବର୍ଷ ବର୍ଷ ଧରି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିବା ବେଳେ ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ସରକାର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଜନତାଙ୍କ ଠାରୁ ଅଭିଯୋଗ ଗ୍ରହଣ କରୁଛନ୍ତି ।

Get real time updates directly on you device, subscribe now.