fbpx

ରାଜଧାନୀରେ ‘ହର ଘର ତ୍ରିରଙ୍ଗା’ ଶୋଭାଯାତ୍ରାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ସ୍ୱାଧୀନତାର ୭୮ତମ ବର୍ଷ ପାଳନ ଅବସରରେ ଅମୃତ ମହୋତ୍ସବ ପୂର୍ତ୍ତି ଅବସରରେ ତିନିଦିନ ଧରି ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ସାରା ଦେଶରେ ପାଳନ କରିବା ନିମନ୍ତେ କେନ୍ଦ୍ର ସରକାର ନିଷ୍ପତି ନେଇଛନ୍ତି । ଅଗଷ୍ଟ ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ପାଳନ କରାଯିବ । ଏହି ଅବସରରେ ଏକାମ୍ର କ୍ଷେତ୍ର ଭୁବନେଶ୍ଵର ଲିଙ୍ଗରାଜ ମନ୍ଦିର ପ୍ରାଙ୍ଗଣରୁ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦେଶ ମାତୃକା ପାଇଁ ନିଜକୁ ସମର୍ପିତ କରିଥିବା ଦେଶ ପ୍ରେମୀମାନଙ୍କ ତ୍ୟାଗ ଓ ବଳିଦାନକୁ ଜନସାଧାରଣଙ୍କ ହୃଦୟରେ ଉଜ୍ଜୀବିତ କରି ଜାତୀୟ ଭାବନା ସୃଷ୍ଟି କରିବା ପାଇଁ ଏହି କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ ରହିଛି ।

ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ଚଳିତ ମାସ ୯ ରୁ ୧୫ ତାରିଖ ଯାଏଁ ରାଜ୍ୟରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହି କ୍ରମରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମରେ ଯୋଡ଼ି ହେବାକୁ ସାଧାରଣ ଲୋକଙ୍କୁ ଆହ୍ୱାନ ଦେବା ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏକ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହୋଇଥିଲେ । ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ଭଜନ ମଣ୍ଡପରୁ ଏ ଶୋଭାଯାତ୍ରା ବାହାରି ମୁକ୍ତେଶ୍ଵର ମନ୍ଦିର ଯାଏ ଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଏକାମ୍ର ବିଧାୟକ ବାବୁ ସିଂ, ମେୟର ସୁଲୋଚନା ଦାସ ପ୍ରମୁଖ ଯୋଗ ଦେଇଥିଲେ।

Get real time updates directly on you device, subscribe now.