fbpx

ଆସନ୍ତାକାଲି ଏବଂ ୨୬ ତାରିଖ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି ଆସନ୍ତାକାଲି ଏବଂ ଚଳିତମାସ ୨୬ ତାରିଖ ଦିନ ବନ୍ଦ ରହିବ । ସରକାରୀ ଛୁଟି ଥିବାରୁ ଏହି ଦିନରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ରାକ୍ଷୀ ପୂର୍ଣ୍ଣିମା ଉପଲକ୍ଷେ ସରକାରୀ ଛୁଟି ଥିବାରୁ ଭୁବନେଶ୍ୱର, ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ ବୋଲି ଆଜି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ସୂଚନା ଦେଇଛି ।

Get real time updates directly on you device, subscribe now.