fbpx

ଭକ୍ତଙ୍କ ପାଇଁ ବଡ଼ ଖବର: ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟ ତିଥିରେ ଆଜି ଶ୍ରୀମନ୍ଦିର ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହି ଅବସରରେ ଭକ୍ତମାନେ କିଛି ଘଣ୍ଟା ପାଇଁ ମହାପ୍ରଭୁଙ୍କ ଦର୍ଶନ କରିବାରୁ ବଞ୍ଚିତ ହେବେ । ୪ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ଣ ପାଖାପାଖି ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଚାରି ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ପରମ୍ପରା ଅନୁଯାୟୀ ଶ୍ରୀଜୀଉଙ୍କ ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ପରେ ଭିତରୁ ଜୟ ବିଜୟ ଦ୍ୱାରକୁ ବନ୍ଦ କରାଯିବ ବୋଲି କୁହାଯାଇଛି ।

ଆଜି ଶ୍ରୀମନ୍ଦିରରରେ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ହେବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବନକଲାଗି ନୀତି ସମୟରେ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରଖାଯାଇ ବିଧି ବିଧାନ ମୁତାବକ ନୀତି ପାଳନ କରାଯାଇଥାଏ । ବନକଲାଗି ନୀତି ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ଅନୁଷ୍ଠିତ ହେବ । ଦତ୍ତ ମହାପାତ୍ର ସେବକ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଓ ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ନୀତି ସମ୍ପନ୍ନ ହେବା ପରେ ମହାପ୍ରଭୁଙ୍କୁ ମହାସ୍ନାନ, ବେଶ, ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ଚନ୍ଦନ ଲାଗି, ବଡ଼ ସିଂହାର ବେଶ, ରାତ୍ର ପହୁଡ଼ କରାଯିବ ।

Get real time updates directly on you device, subscribe now.