fbpx

୧ ଟଙ୍କା ବୃଦ୍ଧି ପାଇବ ମିଡ୍ ଡେ ମିଲ୍ ସହାୟତା ରାଶି, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ୱର: ବଢ଼ିବ ମଧ୍ୟାହ୍ନ ଭୋଜନ ସହାୟତା ରାଶି । ମିଲ୍ ପିଛା ୧ ଟଙ୍କା ବୃଦ୍ଧି କରାଯିବା ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସୂତ୍ରରୁ ପ୍ରକାଶ ଦରଦାମ ବୃଦ୍ଧିକୁ ଦେଖି ମିଡ୍ ଡେ ମିଲ୍ ପିଛା ଦାମ ୧ ଟଙ୍କା ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ଏନେଇ ରାଜ୍ୟ ସରକାର ଖୁବଶୀଘ୍ର ବ୍ୟବସ୍ଥା କରିବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ ଦୀର୍ଘ ଦିନ ଧରି ମିଡ୍ ଡେ ମିଲ୍ ସହାୟତା ରାଶି ବୃଦ୍ଧି କରିବାକୁ ଦାବି ହୋଇ ଆସୁଥିଲା । ମିଡ୍ ଡେ ମିଲରେ କମ ପଇସା ମିଳୁଥିବାରୁ ଏହାକୁ ନେଇ ଅନେକ ସମୟରେ ଅସନ୍ତୋଷ ଦେଖିବାକୁ ମିଳୁଥିଲା । ବର୍ତ୍ତମାନ ମିଡ୍ ଡେ ମିଲ୍ ସହାୟତା ରାଶିର ପରିମାଣ ବୃଦ୍ଧି କରିବାକୁ ଯାଉଛନ୍ତି ରାଜ୍ୟ ସରକାର ।

Get real time updates directly on you device, subscribe now.