fbpx

ଭାରତୀୟ ହକି ଦଳର ଖେଳାଳିଙ୍କୁ ସମ୍ବର୍ଦ୍ଧନା: ପ୍ରତ୍ୟେକଙ୍କୁ ୧୫ ଲକ୍ଷ, ଓଡ଼ିଆ ଖେଳାଳି ଅମିତ୍‌ଙ୍କୁ ମିଳିଲା ୪ କୋଟି

ଭୁବନେଶ୍ବର: ଭାରତୀୟ ହକି ଦଳର ଖେଳାଳିଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି । ଦଳର ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ ଟଙ୍କା ଦିଆଯିବା ସହ ଓଡ଼ିଆ ଖେଳାଳି ଅମିତ୍‌ଙ୍କୁ ୪ କୋଟି ମିଳିଛି, ଗୋଲକିପର ଶ୍ରୀଜେସ୍‌ଙ୍କୁ ସ୍ବତନ୍ତ୍ରଭାବେ ୫୦ ଲକ୍ଷ ଟଙ୍କା ଏବଂ ସପୋର୍ଟିଂ ଷ୍ଟାଫଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଦିଆଯାଇଛି । ଭାରତୀୟ ହକି ଦଳର ଏହି କାଂସ୍ୟ ପଦକ, ଏକ ଦୃଢନିଷ୍ଠ ସ୍ୱର୍ଣ୍ଣିମ ଭବିଷ୍ୟତର ଶୁଭାରମ୍ଭ ପାଇଁ ଆହ୍ୱାନ ପ୍ରଦାନ କରିଛି ।

ଭାରତୀୟ ହକିର ପୁନର୍ଜନ୍ମରେ ଓଡିଶାର ମହତ୍ବପୂର୍ଣ୍ଣ ଭୂମିକା ପାଇଁ ମୁଁ ଗର୍ବିତ, ଜାତୀୟ ହକି ଦଳ ପ୍ରତି ଓଡିଶା ଏବଂ ଓଡିଶାବାସୀଙ୍କର ଦୃଢ ସମର୍ଥନ ଜାରି ରହିବ । ହକିର ବିକାଶ ପାଇଁ ଆମେ ଆହୁରି ନୂଆ ନୂଆ ପଦକ୍ଷେପ ନେବୁ। ଆମର ଖେଳାଳୀ ମାନେ ଯେପରି ବିଶ୍ବସ୍ତରରେ ଶୀର୍ଷରେ ରହିବେ, ତାହା ଆମେ ସୁନିଶ୍ଚିତ କରିବା ନେଇ କହିଛନ୍ତି ମୁଖ୍ୟମନ୍ତ୍ରୀ। ଲୋକସେବା ଭବନର କନ୍‌ଭେନସନ ହଲ୍‌ ଠାରେ ଏକ ବର୍ଣ୍ଣାଢ୍ୟ କାର୍ଯ୍ୟକ୍ରମରେ ଖେଳାଳୀ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି ।

କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ “ଭାରତୀୟ ହକି ଦଳର ଏହି କାଂସ୍ୟ ପଦକ, ଏକ ଦୃଢନିଷ୍ଠ ସ୍ୱର୍ଣ୍ଣିମ ଭବିଷ୍ୟତର ଶୁଭାରମ୍ଭ ପାଇଁ ଆହ୍ୱାନ ପ୍ରଦାନ କରିଛି। ଭାରତୀୟ ହକିର ପୁନର୍ଜନ୍ମରେ ଓଡିଶାର ମହତ୍ବପୂର୍ଣ୍ଣ ଭୂମିକା ପାଇଁ ମୁଁ ଗର୍ବିତ । ଓଡିଶା ସବୁ ସମୟରେ ଭାରତୀୟ ହକି ଦଳ ସହିତ ଜଣେ ସୁଖଦୁଃଖର ସାଥି ଭଳି ରହିଆସିଛି ।”

Get real time updates directly on you device, subscribe now.