fbpx

ରାଜଧାନୀରେ ୫୦୦ରୁ ଉର୍ଦ୍ଧ୍ୱ ଡେଙ୍ଗୁ ରୋଗୀ ଚିହ୍ନଟ, ରାଜ୍ୟରେ ଡେଙ୍ଗୁ ସ୍ଥିତି ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର: କିଛିଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ବର୍ଷରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ହେବାର ସମ୍ଭାବନା ରହିଛି । ତେଣୁ ରାଜ୍ୟରେ ଡେଙ୍ଗୁ ସ୍ଥିତି ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଏଯାଏ ଓଡ଼ିଶାରେ ୭୦ ହଜାର ଟେଷ୍ଟିଂ ହୋଇଥିବା ବେଳେ ୨୭୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ସୁନ୍ଦରଗଡ଼ରୁ ସର୍ବାଧିକ ୮୬୫ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରେ ୮୩୭ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ କେବଳ ଭୁବନେଶ୍ୱରରେ ୫୦୦ରୁ ଅଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । ଏହାର ପ୍ରତିକାର ଓ ସଚେତନତା ଲାଗି ଏଥର ଆଗୁଆ ପଦକ୍ଷେପ ମଧ୍ୟ ନିଆଯାଇଛି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।

Get real time updates directly on you device, subscribe now.