fbpx

ପ୍ରବଳ ବର୍ଷା ପାଇଁ ରେଡ୍‌ ୱାର୍ଣ୍ଣିଂ ! ଏହି ଜିଲ୍ଲାରେ ସ୍କୁଲ୍‌-ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ କରିବାକୁ ନିଷ୍ପତ୍ତି

କୋରାପୁଟ: ଆଜି କୋରାପୁଟ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର । ଅତି ପ୍ରବଳ ବର୍ଷା ପାଇଁ କୋରାପୁଟକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଆଜି ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି । ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ ।

ଏନେଇ ସମସ୍ତ ସ୍କୁଲ କର୍ତ୍ତୃପକ୍ଷ ଓ ସମସ୍ତ ସିଡିପିଓଙ୍କୁ ଚିଠି ଲେଖି ଅବଗତ କରାଯାଇଛି। ବିପର୍ଯ୍ୟୟର ମୁକାବିଲା ପାଇଁ ଜିଲ୍ଲାର ସମସ୍ତ ବିଡିଓ,ତହସିଲଦାର,ଓଡ୍ରାଫ ଓ ଅଗ୍ନିଶମ ବାହିନୀକୁ ସଜାଗ ରଖାଯାଇଛି।

ଅନ୍ୟପଟେ ଅତିପ୍ରବଳ ବର୍ଷା ନେଇ ୩ଜିଲ୍ଲା ମାଲକାନଗିରି, କୋରାପୁଟ ଓ ଗଜପତିକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ରାଜ୍ୟରେ ଆଗାମୀ ୨ଦିନ ପ୍ରବଳ ବର୍ଷା ନେଇ ଜିଲ୍ଲାପାଳଙ୍କୁ ସତର୍କ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିସନର । ସ୍ଥିତିର ମୁକାବିଲା ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ୧ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

Get real time updates directly on you device, subscribe now.