fbpx

ନୂଆ ଅବକାରୀ ନୀତି ଆଣିଲେ ରାଜ୍ୟ ସରକାର; ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ ଲାଗୁ ହେବ ନୂଆ ନୀତି

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ନୂଆ ଅବକାରୀ ନୀତି ଆଣିଲେ ରାଜ୍ୟ ସରକାର । ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ ଲାଗୁ ହେବ ନୂଆ ନୀତି । ୨୦୨୫ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଳବତ୍ତର ରହିବ । ଆଗକୁ ଗ୍ରାମାଞ୍ଚଳରେ ଆଉ ନୂଆ ମଦ ଦୋକାନ ଖୋଲିବ ନାହିଁ । କେବଳ ଥ୍ରୀ ଷ୍ଟାର୍‌ ହୋଟେଲ୍‌କୁ ନୂଆ ବାର୍ ଲାଇସେନ୍ସ ମିଳିବ । ଭାଙ୍ଗ, ତାଡ଼ି, ପୋଚ ପାଇଁ ବି ଲାଗୁ ହେବ ନିୟମ ।

ଚଳିତ ଆର୍ଥିକ ବର୍ଷରେ ପୂର୍ବରୁ ନବୀକରଣ ହୋଇନଥିବା ୫୭ ଗୋଟି ON Shop ର ପୁନଃ ନବୀକରଣ କରାଯିବନାହିଁ  । ପ୍ରତିବର୍ଷ ବର୍ଦ୍ଧିତ ହେଉଥିବା MGQ factor ର ଚଳିତ ବର୍ଷ ବର୍ଦ୍ଧିତ ହେବନାହିଁ ।

ନିଶା ସେବନ ବିରୁଦ୍ଧରେ ବ୍ୟାପକ ଜନସଚେତନତା ସୃଷ୍ଟି କରିବା ପାଇଁ ରାଜ୍ୟ ସରକାର ଏକ ସ୍ଵତନ୍ତ୍ର ପାଣ୍ଠିର ବ୍ୟବସ୍ଥା କରିଛନ୍ତି । ବେଆଇନ ମଦ କାରବାରକୁ ରୋକିବା ଏବଂ ଚଢ଼ାଉ ଜୋରଦାର କରିବା ପାଇଁ ନୂଆ ଅବକାରୀ କେନ୍ଦ୍ର ପ୍ରତିଷ୍ଠା ସହ ନୂଆ ନିଯୁକ୍ତି, କର୍ମଚାରୀଙ୍କୁ ତାଲିମ ଏବଂ ଅଧିକ ଯାନ ଯୋଗାଇବା ପାଇଁ ନୂଆ ଅବକାରୀ ନୀତିରେ ବ୍ୟବସ୍ଥା ରହିଛି ।

 

 

Get real time updates directly on you device, subscribe now.