fbpx

ଆଜିଠାରୁ ‘ସୁଭଦ୍ରା’ ଯୋଜନା ପାଇଁ ଫର୍ମ ଦାଖଲ

ଭୁବନେଶ୍ୱର: ଆଜିଠାରୁ ‘ସୁଭଦ୍ରା’ ଯୋଜନା ପାଇଁ ଫର୍ମ ଦାଖଲ ହେବ । ଏଥିପାଇଁ ମୋ ସେବା ବା ଜନ ସେବା କେନ୍ଦ୍ରରେ ଫର୍ମ ଦାଖଲ ବ୍ୟବସ୍ଥା ରହିଛି । ଆସନ୍ତା ସେପ୍ଟେମ୍ବର ୧୭ରେ ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି । ସୁଭଦ୍ରା ଯୋଜନା ଫର୍ମ ପୂରଣ ପରେ ଫର୍ମ ସହିତ ଅବେଦନକାରୀଙ୍କୁ କେବଳ ଆଧାର କାର୍ଡର ନକଲ ଦାଖଲ କରିବାକୁ ହେବ । ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ର ଓ ଜିଲ୍ଲାପାଳଙ୍କ ଦ୍ୱାରା ନିରୂପିତ ସ୍ଥାନ ଓ କାର୍ଯ୍ୟାଳୟରେ ଫର୍ମ ଦାଖଲ କରାଯିବ। ମହିଳାମାନଙ୍କୁ ଫର୍ମ ପୁରଣ ଓ ଦାଖଲରେ ଅଙ୍ଗନୱାଡି କର୍ମୀ, ସିଆରପି, ଏମବିସି, ବ୍ୟାଙ୍କ ମିତ୍ର, କୃଷିମିତ୍ରମାନେ ସହଯୋଗ କରିବେ ।ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ‘ସୁଭଦ୍ରା’ ଗାଇଡ୍‌ଲାଇନ୍ ଜାରି କରାଯାଇଛି ଯେଉଁଥିରେ ୨୧ରୁ ଅଧିକ ଓ ୬୦ ବର୍ଷରୁ କମ୍ ବୟସ୍କ ମହିଳା ଆବେଦନ କରିପାରିବେ । ଏହି ଯୋଜନାରେ ରାଜ୍ୟର ପ୍ରାୟ ୧ କୋଟିରୁ ଅଧିକ ମହିଳା ଏହି ଯୋଜନାରେ ଉପକୃତ ହୋଇପାରିବେ ।

ସୋମବାର ଉନ୍ମୋଚିତ ହୋଇଥିବା ୱେବ୍‌ ପୋର୍ଟଲ www.subhadra.odisha.gov.in ରେ ସମସ୍ତ ତଥ୍ୟ ଉପଲବ୍ଧ ରହିବ। ସୁଭଦ୍ରା ଯୋଜନା ସମ୍ୱନ୍ଧରେ ଜାଣିବା ପାଇଁ ଏହି ୱେବ ପୋର୍ଟାଲରେ ସମସ୍ତ ପ୍ରକାର ସୂଚନା ପ୍ରଦାନ କରାଯାଇଛି। ହିତାଧିକାରୀଙ୍କ ଯୋଗ୍ୟତା, ସେମାନଙ୍କ ଅଧିକାର, ଦାୟିତ୍ୱ ସହ ବାରମ୍ୱାର ପଚରାଯାଉଥିବା ପ୍ରଶ୍ନ ଓ ଏହାର ଉତ୍ତର ଏହି ୱେବ ପୋର୍ଟାଲରେ ଉପଲବ୍ଧ ଅଛି । ସୁଭଦ୍ରା ଯୋଜନା ସମ୍ୱନ୍ଧୀୟ କୌଣସି ନୂଆ ଘୋଷଣା ମଧ୍ୟ ମହିଳାମାନେ ଏହି ୱେବ ପୋର୍ଟାଲରେ ପାଇପାରିବେ ଅନ୍ୟ କିଛି ଜାଣିବାକୁ ହେଲେ ମହିଳମାନେ ଟୋଲ ଫ୍ରୀ ନମ୍ୱର -୧୪୬୭୮ ରେ କଲ କରିପାରିବେ।

Get real time updates directly on you device, subscribe now.