fbpx

ବର୍ଷାରେ ବେହାଲ ସ୍ଥିତି, ଦୁଇ ଜିଲ୍ଲାରେ ସ୍କୁଲ ଛୁଟି

ଭୁବନେଶ୍ବର: ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଗଭୀର ଅବପାତ ପ୍ରଭାବରୁ ଲଗାଣ ବର୍ଷା ହେଉଛି । ଫଳରେ ମାଲକାନଗିରିରେ ବନ୍ୟା ପରିସ୍ଥିତି ଦେଖାଦେଇଥିବା ବେଳେ କୋରାପୁଟ ଏବଂ ରାୟଗଡାର ସ୍ଥିତି ମଧ୍ୟ ସଙ୍ଗୀନ ରହିଛି । ତେବେ ଆଜି ମଧ୍ୟ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ପ୍ରବଳ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଦୁଇ ଜିଲ୍ଲାରେ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି । ମାଲକାନଗିରି ଏବଂ ଗଞ୍ଜାମରେ ସ୍କୁଲ ଏବଂ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ । ବର୍ଷାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ଜିଲ୍ଲାପାଳ । ତେବେ ସ୍କୁଲ ବନ୍ଦ ରହିଲେ ହେଁ ଶିକ୍ଷକ ଏବଂ ଅନ୍ୟ କର୍ମଚାରୀଙ୍କୁ ଉପସ୍ଥିତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ପ୍ରକାଶଥାଉକି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ସୋମବାର ଦିନ ଓଡିଶା ଉପକୂଳ ଅତିକ୍ରମ କରିଛି । ଏହା ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହେବା ସହିତ ଆଭ୍ୟନ୍ତରୀଣ ଓଡିଶା ଆଡକୁ ଯାଉଛି । ତେବେ ଏହା ଆସନ୍ତା 24 ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ଲଘୁଚାପର ରୂପ ନେବ ବୋଲି ଆକଳନ କରାଯାଇଛି । ତେବେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ସୂଚନା ଜାରି କରିଛନ୍ତି । ମାଲକାନଗିରିର ଅନେକ ସ୍ଥାନରେ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି ଲୋକେ । କିନ୍ତୁ ରାଜ୍ୟରେ ବନ୍ୟା ପରିସ୍ଥିତି ନଥିବା ସ୍ପଷ୍ଟ କରାଯାଇଛି ।

Get real time updates directly on you device, subscribe now.