fbpx

୪୭୬ ଜଣଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ଲୋକସଭା ଭବନର କନଭେନସନ କକ୍ଷରେ ନିଯୁକ୍ତି ମେଳା ଅନୁଷ୍ଠିଟି ହୋଇଛି। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। ନିଯୁକ୍ତି ମେଳାରେ ୪୭୬ ନୂତନ ଭାବେ ମନୋନୀତ ହୋଇଥିବା ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପାଇଥିବା ୪୭୬ ନୂତନ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇବା କର୍ମ କ୍ଷେତ୍ରରେ ଆଗକୁ ବଢିବାକୁ ପ୍ରେରଣା ଦେଇଛନ୍ତି।

ଅନ୍ୟପଟେ ନିଯୁକ୍ତି ପ୍ରକ୍ରିୟାକୁ ସ୍ୱଚ୍ଛ ଓ ନିରପେକ୍ଷ କରିବା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଆଇନ୍‌ ଆଣିବାକୁ ନିଷ୍ପତ୍ତି ନେଇଛନ୍ତି। ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ଆସନ୍ତା ୫ ବର୍ଷ ଭିତରେ ୧ ଲକ୍ଷ ୫୦ ହଜାର ପଦବୀ ପୂରଣ ପାଇଁ ପ୍ରତିଶ୍ରୁତିବଦ୍ଧ। ସେହିପରି ଆସନ୍ତା ୨ ବର୍ଷ ମଧ୍ୟରେ ସରକାର ୬୫ ହଜାର ପଦବୀ ପୂରଣ କରିବେ। ଖାଲି ପଡିଥିବା ମୋଟ୍‌ ୩୪ ହଜାର ୬୮୬ ପଦବୀକୁ ଆସନ୍ତା ଡିସେମ୍ବର ସୁଦ୍ଧା ପୂରଣ କରିବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି।

Get real time updates directly on you device, subscribe now.