fbpx

ଗୁଜରାଟର ଦେହଗାମ ଅଞ୍ଚଳରେ ବୁଡ଼ିଯିବା ଘଟଣାରେ ସହାୟତା ଘୋଷଣା କଲେ ମୋଦୀ, ଜାଣନ୍ତୁ କେତେ

ନୂଆଦିଲ୍ଲୀ : ଗୁଜରାଟର ଦେହଗାମ ଅଞ୍ଚଳରେ ବୁଡ଼ିଯିବା ଘଟଣାରେ ପୀଡ଼ିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ କରାଯାଇଛି:

“ଗୁଜରାଟର ଦେହଗାମ ଠାରେ ବୁଡ଼ିଯିବା ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ସକାଶେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି । ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ ।”

Get real time updates directly on you device, subscribe now.