fbpx

ଅବପାତର ପ୍ରଭାବରେ ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷିବ ! ପାଣିପାଗ ବିଭାଗର ସୂଚନା

ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଏହାର ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସହ ସ୍ଥାନେ ସ୍ଥାନେ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର ସମେତ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଏବଂ ଅନୁଗୁଳ ଜିଲ୍ଲାରେ ଅଧିକ ବର୍ଷାର ସମ୍ଭାବନା ଥିବା ନେଇ ଜିଲ୍ଲାପାଳମାନଙ୍କୁ ସ୍ୱତନ୍ତ୍ର ରିଲିଫ୍‍ କମିଶନର ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଯାଇଛି । ମୟୂରଭଞ୍ଜ ଜିଲ୍ଲାର ଉଦଳାଠାରେ ସର୍ବାଧିକ ୧୪୧ ଦଶମିକ ୭ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବାବେଳେ ବାଲେଶ୍ୱର ଜିଲ୍ଲା ଭୋଗରାଇରେ ୧୩୦ ମିଲିମିଟର ବର୍ଷା ହୋଇଯାଇଛି ।

Get real time updates directly on you device, subscribe now.