fbpx

ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା; ୭ଜଣଙ୍କୁ ଧରିଲା ପୋଲିସ, ହାଇକୋର୍ଟଙ୍କୁ ଚିଠି ଲେଖିଲେ ସେନା ଅଧିକାରୀ

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ୭ ଜଣ ରୋଡ୍‌ ରୋମିଓଙ୍କୁ ଧରିଲା କମିଶନରେଟ୍‌ ପୋଲିସ । ସିସିଟିଭି ଆଧାରରେ ୭ ଜଣଙ୍କୁ ଧରିଲା କମିଶନରେଟ ପୋଲିସ । ଧରାପଡ଼ିଥିବା ୭ ଜଣଙ୍କୁ ଚନ୍ଦକା ଥାନାରେ ଅଟକ ରଖି କରୁଛି ପଚରାଉଚରା । ରାତିରେ ଫେରୁଥିବା ବେଳେ ଦୁର୍ବୃତ୍ତମାନେ ଦୁର୍ବ୍ୟବହାର କରିଥିଲେ । ଏନେଇ ଥାନାକୁ ଏତଲା କରିବାକୁ ଆସି ମାଡ଼ ଖାଇଥିଲେ ଉଭୟ ମେଜର ଓ ତାଙ୍କ ବାନ୍ଧବୀ ।

ସେପଟେ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖିଲେ ସେନା ଅଧିକାରୀ । ସେନା କମାଣ୍ଡର ଲେଫ୍ଟନାଣ୍ଟ ଜେନେରାଲ ପି.ଏସ୍‌ ଶେଖାୱତ୍‌ଙ୍କ ଚିଠି । ‘ଥାନାକୁ ସୁରକ୍ଷା ମାଗିବାକୁ ଯାଇଥିବା ସେନାଧିକାରୀଙ୍କୁ ପୋଲିସ ପିଟିଛି । ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ ନିର୍ଯାତନା ଦେଇଛି । ବାନ୍ଧବୀଙ୍କୁ ଯୌନ ନିର୍ଯାତନା ସହ ସେନାଧିକାରୀଙ୍କୁ ହାଜତରେ ପୂରାଇଛନ୍ତି ।’ ମାମଲାକୁ ଗୁରୁତ୍ୱର ସହ ନେଇ ଏଥିରେ ହସ୍ତକ୍ଷେପ କରିବାକୁ ନିବେଦନ କରିଛନ୍ତି ସେନା ଅଧିକାରୀ ।

ଗତକାଲି ଏନେଇ କାନ୍ଦି କାନ୍ଦି ସେଦିନର କାଳ ରାତିର କଥା ବଖାଣିଥିଲେ ମେଜରଙ୍କ ବାନ୍ଧବୀ । କେଉଁଭଳି ତାଙ୍କୁ ଆଇଆଇସି ଯୌନ ନିର୍ଯାତନା ଦେଇଥିଲେ, ସେ କଥା କହିଚନ୍ତି । “୧୫ ତାରିଖ ରାତି ୧ଟାରେ ରେଷ୍ଟୁରାଣ୍ଟ ବନ୍ଦ କରି ଗୁରୁବଂଶଙ୍କ ସହ ଫେରୁଥିଲି । କିଛି ସମୟ ପରେ ଜଣେ ପୁରୁଷ ଅଫିସର ଆସି ଗୁରୁବଂଶଙ୍କୁ ହାଜତରେ ପୂରାଇଦେଲେ । ମୁଁ ପ୍ରତିବାଦ କରିବାରୁ ୨ ଜଣ ମହିଳା ପୋଲିସ ମୋତେ ଘୋଷାଡ଼ି ପିଟିଲେ ।

ଜଣେ ଲେଡି କନଷ୍ଟେବଲ ଗଳା ଚିପିବାରୁ ବଞ୍ଚିବାକୁ ତାଙ୍କ ହାତ କାମୁଡ଼ିଦେଲି । ସେମାନେ ମୋ ହାତ ଗୋଡ଼ ବାନ୍ଧି ଗୋଟିଏ ରୁମ୍‌ରେ ପୂରାଇଦେଲେ । ୨ ଜଣ ପୁରୁଷ ପୋଲିସ ତଳେ ପକାଇ ବିଧା ଗୋଇଠା ମାରିଚାଲିଲେ । ଭୋର୍ ସମୟରେ ଆଇଆଇସି ପହଞ୍ଚିଲେ, ଫିଜିକାଲ ଆସଲ୍ଟ ଉଦ୍ୟମ କଲେ ।” ତେବେ ପୀଡ଼ିତା ଏଭଳି ବୟାନ ପରେ, ଏବେ ଡିସିପିଙ୍କ କଥାର ସତ୍ୟତାକୁ ନେଇ ପ୍ରଶ୍ନ ଉଠିଛି । ANIକୁ ମନ୍ତବ୍ୟ ଦେଇ ଡିସିପି ମେଜର ଓ ବାନ୍ଧବୀଙ୍କୁ ଦୋଷାରୋପ କରିଛନ୍ତି ।

Get real time updates directly on you device, subscribe now.