fbpx

ଭରତପୁର ମାମଲା: ସାର୍ବଜନୀନ ହେବ ନାହିଁ ମେଜର ଓ ବାନ୍ଧବୀଙ୍କ ପରିଚୟ, ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ଭରତପୁର ଥାନାରେ ଅଭାବନୀୟ ଘଟଣା ବର୍ତ୍ତମାନ ଚର୍ଚ୍ଚାର ବିଷୟ ପାଲଟିଛି । ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପରିଚୟ ସାର୍ବଜନୀନ ହେବ ନାହିଁ । ଏପରିକି ମାମଲାରେ ସମ୍ପୃକ୍ତ ଥିବା ସମସ୍ତ ଲୋକଙ୍କ ପରିଚୟ ମଧ୍ୟ ସାର୍ବଜନୀନ ନକରିବାକୁ ମାନ୍ୟବର କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଅପରପକ୍ଷରେ ରାଜ୍ୟରେ ଥିବା ସମସ୍ତ ଥାନାରେ ସିସିଟିଭି ଲଗାଇବାକୁ ଏଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ଅକ୍ଟୋବର ୮ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ଜନସ୍ୱାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏହି ରାୟ ଶୁଣାଇଛନ୍ତି ।

Get real time updates directly on you device, subscribe now.