fbpx

କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୭ ତାରିଖ ଯାଏଁ ବର୍ଷା

ଭୁବନେଶ୍ୱର: କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ । ଏହି ଲଘୁଚାପ ପ୍ରଭାବରେ ଆସନ୍ତା ସେପ୍ଟେମ୍ବର ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ଅନ୍ୟପକ୍ଷରେ ଆଜି ଝଡବର୍ଷା ନେଇ ୧୫ ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ ୫ ଜିଲ୍ଲାକୁ ୩ ଘଣ୍ଟା ପାଇଁ ଓ୍ବାର୍ଣ୍ଣି ଜାରି କରାଯାଇଛି । କେନ୍ଦ୍ରାପଡା, ଜଗତସିଂହପରୁ, ବାଲେଶ୍ବର, ଭଦ୍ରକ ଏବଂ ମୟୂରଭଞ୍ଜ ଜିଲ୍ଲାରେ ଘଡଘଡି ସହିତ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ କରାଯାଇଛି ।

ଅନ୍ୟପଟେ ଆଗାମୀ ୫ ଦିନ ପାଇଁ ପ୍ରବଳ ବର୍ଷା ନେଇ ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କଳାହାଣ୍ଡି, ରାୟଗଡା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ନବରଙ୍ଗପୁର, ବାଲେଶ୍ବର, ଭଦ୍ରକ ଏବଂ କନ୍ଧମାଳ ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ସହିତ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହି କାରଣରୁ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଜିଠୁ ୩ ଦିନ ଯାଏଁ ଉପକୂଳ ଓଡିଶାରେ ବର୍ଷାର ସମ୍ଭାବନା ରହିଛି । ଅନ୍ୟପଟେ ୨୫ରୁ ୨୭ ତାରିଖ ଯାଏଁ ପଶ୍ଚିମ ଓଡିଶାରେ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଆଗାମୀ ୫ ଦିନ ଯାଏଁ ବର୍ଷା ହେବା ନେଇ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.