fbpx

ଆଜି ବି ପ୍ରବଳ ବର୍ଷିବ! କଟକ-ଭୁବନେଶ୍ୱର ସହ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ଲାଗି ରହିଛି । କିଛି ସ୍ତାନରେ ବର୍ଷାର ପରିମାଣ କମ୍ ରହିଥିବା ବେଳେ ଅନ୍ୟ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ଜାରି ରହିଛି । ତେବେ ଟ୍ୱିନ ସିଟି କଟକ ଏବଂ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଦେଖିବାକୁ ମିଳିଛି । ସେପଟେ ଆଜି ବର୍ଷାର ପରିମାଣ ବୃଦ୍ଧି ହୋଇପାରେ ବୋଲି ଅନୁମାନ କରିଛି ପାଣିପାଭ ବିଭାଗ । ସେଥିପାଇଁ ଉତ୍ତର ଓଡ଼ିଶାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଆସନ୍ତାକାଲିଠାରୁ ପାଗରେ ପରିବର୍ତ୍ତନ ଦେଖିବାକୁ ମିଳିପାରେ । ବର୍ଷା ସାଙ୍ଗକୁ ବଜ୍ରପାତ ଏବଂ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ତେଣୁ ଏହି ସମୟରେ ସତର୍କ ରହିବାକୁ ସୂଚନା ଦିଆଯାଇଛି । ଏ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ପାଣିପାଗ ବିଭାଗ ପକ୍ଷରୁ ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପୁରୀ, ଖୋର୍ଦ୍ଧା, କଟକ ଏବଂ ଜଗତସିଂହପୁରକୁ ଅରେଞ୍ଜ ୱାର୍ଣ୍ଣିଂର ତାଲିକାରେ ରଖିଛି ପାଣିପାଗ ବିଭାଗ । ଏହି ୪ଟି ଜିଲ୍ଲାରେ ବର୍ଷାର ପରିମାଣ ଖୁବ ଅଧିକ ରହିପାରେ ବୋଲି ଅନୁମାନ କରାଯାଉଛି । ଆଜି ପ୍ରବଳ ବର୍ଷା ନେଇ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଞ୍ଜାମ ଏବଂ ଗଜପତିରେ ପ୍ରବଳ ବର୍ଷା ହେବା ନେଇ ଆନୁମାନ କରାଯାଇଛି । ସେହିପରି କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୁରଭଞ୍ଜ, ଝାରସୁଗୁଡ଼ା ଏବଂ ରାୟଗଡ଼ା ଆଦି ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହିସବୁ ରାଜ୍ୟରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଦେଖିବାକୁ ମିଳିପାରେ ।

Get real time updates directly on you device, subscribe now.