fbpx

ବିଧାନସଭା ପରିସରରେ ମହାତ୍ମା ଗାନ୍ଧୀଙ୍କ ୧୫୫ତମ ଜୟନ୍ତୀ ପାଳିତ, ପ୍ରତିମୂର୍ତ୍ତି ନିକଟରେ ଶ୍ରଦ୍ଧାସୁମନ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ବିଧାନସଭା ପରିସରରେ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ୧୫୫ ତମ ଜୟନ୍ତୀ ପାଳିତ ହୋଇଛି । ଏହି ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ରାଜ୍ୟପାଳ ରଘୁବର ଦାସ, ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ମନ୍ତ୍ରୀ ମଣ୍ତଳର ସଦସ୍ୟ ଓ ବିଧାୟକ ଗଣ ।

ଆଜିର ବିଶେଷ ଦିନରେ ଅହିଂସାର ପୂଜାରୀ ମହାତ୍ମା ଗାନ୍ଧୀଙ୍କୁ ସ୍ମରଣ କରାଯାଇଥିଲା । ବାପୁଙ୍କ ଅତି ପ୍ରିୟ ଆଶ୍ରମ ଭଜନ ଓ ରାମ ଧୁନ ଗାନ କରାଯାଇଥିଲା । ଆଜି ବି ସାରା ବିଶ୍ୱରେ ଗାନ୍ଧିଆନ ବିଚାରଧାରା ବଞ୍ଚିଥିବା କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଓ ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।  ଗାନ୍ଧିଜୀଙ୍କ ଆଦର୍ଶରେ ସମସ୍ତେ ଅନୁପ୍ରାଣିତ ହେବା ସହ ଓଡ଼ିଶା ସରକାର ମଧ୍ୟ ଗାନ୍ଧିଜୀଙ୍କ ବିଚାରଧାରାରେ ଅନୁପ୍ରାଣୀତ ହୋଇ ଜନ କଲ୍ୟାଣକରେ କାର୍ଯ୍ୟ କରୁଛନ୍ତି ।

Get real time updates directly on you device, subscribe now.