fbpx

ଅକ୍ଟୋବର ୭ ଓ ୧୪ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: GA ବିଭାଗ ପକ୍ଷରୁ ସୂଚନା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ୭ ତାରିଖ (ସୋମବାର) ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ସେହିଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟ ରହିଥିବାରୁ ଶୁଣାଣି ବନ୍ଦ ରହିବ । ସେହିପରି ଆସନ୍ତା ୧୪ ତାରିଖରେ ଦୁର୍ଗାପୂଜା ଭସାଣି କାରଣରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।

ସୂଚନାଯୋଗ୍ୟ ଯେ, ଏହା ପୂର୍ବରୁ ଗତ ମାସ ୨, ୯ ଓ ୧୬ ତାରିଖରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା । ଅଭିଯୋଗ ଶୁଣାଣି ହେବା ଓ ବନ୍ଦ ହେବା ନେଇ ସମୟ ପୂର୍ବରୁ ଜନସାଧାରଣଙ୍କୁ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଉଛି । ନୂଆ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଶ୍ରୀ ମାଝୀ ଗତ ଜୁଲାଇ ପହିଲାରୁ ନିୟମିତ ଭାବେ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବା ସହିତ ତା’ର ସମାଧାନ କରି ଆସୁଛନ୍ତି । ଭୁବନେଶ୍ୱର ସ୍ଥିତ ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଏହି ଅଭିଯୋଗ ଶୁଣାଣି ହେଉଛି । ଏହି ଶୁଣାଣି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଅନ୍ୟ କିଛି ମନ୍ତ୍ରୀ, ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ରହୁଛନ୍ତି ।

Get real time updates directly on you device, subscribe now.