fbpx

ରାଜ୍ୟରେ ଆଉ ୧୬୪ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୧ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୧୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିସହିତ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୫୩୫୩କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୧୬୪ଙ୍କ ମଧ୍ୟରୁ ଗଞ୍ଜାମରୁ ୪୮, ଜଗତସିଂହପୁରରୁ ୩୧, ବାଲେଶ୍ୱରରୁ ୨୬, କଟକରୁ ୨୫, ଯାଜପୁରରୁ ୧୨, ଖୋର୍ଦ୍ଧାରୁ ୧୨, କେନ୍ଦ୍ରାପଡ଼ାରୁ ୩, ସୁନ୍ଦରଗଡ଼ରୁ ୩, କେନ୍ଦୁଝରରୁ ୨, ଭଦ୍ରକ ଓ ନୟାଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.