fbpx

‘ଆମେ ଯାହା ପ୍ରତିଶ୍ରୁତି ଦେଉ, ତାକୁ ଅକ୍ଷର ଅକ୍ଷରେ ପାଳନ କରୁ’: ସୁଭଦ୍ରା ଟଙ୍କା ବାଣ୍ଟିବା ପରେ ଏପରି କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ବଣ୍ଟନ କରାଯାଇଛି। ତେବେ ଆଜି ୩୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ପର୍ଯ୍ୟାୟକ୍ରମେ ଟଙ୍କା ଯାଇଛି। ବାରିପଦାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୁଭଦ୍ରା ଟଙ୍କାକୁ ବଣ୍ଟିଛନ୍ତି। ଏହାପରେ ସେ ଏହି ଅବସରରେ ବକ୍ତବ୍ୟ ପ୍ରଦାନ କରିଛନ୍ତି। ଆଜି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷ ମହିଳାଙ୍କୁ ଟଙ୍କା ପ୍ରଦାନ କରାଯାଇଛି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଆମ ସରକାର ଯାହା ପ୍ରତିଶ୍ରୁତି ଦିଏ, ତାକୁ ଅକ୍ଷର ଅକ୍ଷରେ ପାଳନ କରେ। ସୁଭଦ୍ରା ଯୋଜନା ଓଡ଼ିଶାର ସର୍ବବୃହତ୍ତ ଯୋଜନା। ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ ଡବଲ ଇଞ୍ଜିନ ସରକାରକୁ ଆପଣ ସଫଳ କରିଛନ୍ତି। ଡବଲ ଇଞ୍ଜିନ ସରକାରରେ ଡବଲ ବିକାଶ ହେବ, ଡବଲ ଫାଇଦା ମିଳିବ। ଦ୍ୱିତୀୟ ପର୍ଯ୍ୟାୟରେ ଆଜି ୧୭୫୦ କୋଟିର ସୁଭଦ୍ରା ସହୟତା ଦିଆଗଲା। ୨ୟ ପର୍ଯ୍ୟାୟରେ ମୋଟ ୩ ହଜାର କୋଟି ଟଙ୍କାର ସହାୟତା ଦିଆଗଲାଣି।

Get real time updates directly on you device, subscribe now.