fbpx

ପରଲୋକରେ ବଲିଉଡର ପ୍ରସିଦ୍ଧ କୋରିଓଗ୍ରାଫର ସରୋଜ ଖାନ

ମୁମ୍ବାଇ, ୩/୭: ବଲିଉଡର ପ୍ରସିଦ୍ଧ କୋରିଓଗ୍ରାଫର ସରୋଜ ଖାନଙ୍କ ଆଜି ପରଲୋକ ଘଟିଛି। ତାଙ୍କର ହୃଦଘାତରେ ମୁମ୍ବାଇ ବାନ୍ଦ୍ରା ସ୍ଥିତ ଗୁରୁ ନାନକ ହସ୍ପିଟାଲରେ ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିବା ଜଣାପଡିଛି। ତାଙ୍କର ମୃତ୍ୟୁରେ ବଲିଉଡ ଜଗତରେ ଶୋକର ଛାୟା ଖେଳିଯାଇଛି।

ଉଲ୍ଲେଖଯୋଗ୍ୟ ଯେ ଜୁନ ୨୦ରେ ଅସୁସ୍ଥତା କାରଣରୁ ମୁମ୍ବାଇର ଏକ ହସ୍ପିଟାଲରେ ସେ ଭର୍ତ୍ତି ହୋଇଥିଲେ । ଶ୍ୱାସପ୍ରଶ୍ୱାସ ନେବାରେ ଅସୁବିଧା ହେବାରୁ ମେଡିକାଲରେ ଭର୍ତ୍ତି ହୋଇଥିବା ନେଇ ସୂଚନା ରହିଛି।

Get real time updates directly on you device, subscribe now.