ଖୁବଶୀଘ୍ର ଓଡ଼ିଶାରେ ଲାଗୁ ହେବ ଜାତୀୟ ଶିକ୍ଷାନୀତି: ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ପକ୍ଷରୁ ସୂଚନା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ବିଜେପି ସରକାର ପ୍ରଥମ ଥର କ୍ଷମତାକୁ ଆସିବା ପରେ ରାଜ୍ୟ ସରକାର ଅନେକ ନୂଆ ନୂଆ ପଦକ୍ଷେପ ଗ୍ରହଣ କରୁଛନ୍ତି । ବିଶେଷ କରି ଶିକ୍ଷା କ୍ଷେତ୍ରକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନେକ ନିଷ୍ପତ୍ତି ଗ୍ରହଣ କରୁଛନ୍ତି । ତେବେ ଏହା ମଧ୍ୟରେ ଜାତୀୟ ଶିକ୍ଷା ନୀତି (ଏନଇପି)- ୨୦୨୦କୁ ନେଇ ଆସିଛି ଏକ ବଡ଼ ଅପଡେଟ୍ । ଖୁବଶୀଘ୍ର ଓଡ଼ିଶାରେ ଲାଗୁ ହେବ ଜାତୀୟ ଶିକ୍ଷାନୀତି । ଏନେଇ ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ କଲେଜ ସରକାର ରାଜ୍ୟ ସରକାରଙ୍କ ତରଫରୁ ଆଲୋଚନା ହୋଇଛି । ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏ ବାବଦରେ ନିଜ ପ୍ରତିକ୍ରିୟା ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଜାତୀୟ ଶିକ୍ଷାନୀତିକୁ ଲାଗୁ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଗଠିତ କମିଟି ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି । ଗତ ଅଗଷ୍ଟ ମାସରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ, ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂରଜ, ବିଭିନ୍ନ ବିଶ୍ୱିଦ୍ୟାଳୟର କୁଳପତି, ରେଜିଷ୍ଟ୍ରର, କଲେଜର ଅଧ୍ୟକ୍ଷ ଓ ଶିକ୍ଷାବିତଙ୍କୁ ନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ଜାତୀୟ ଶିକ୍ଷା ନୀତି ଉପରେ ଆଲୋଚନା ହୋଇଥିଲା । ଏନଇପି-୨୦୨୦ରେ କ’ଣ ସବୁ ଅସୁବିଧା ରହିଛି, ଓଡ଼ିଶାକୁ ତାକୁ ଲାଗୁ କରିବା ପାଇଁ କେତେ ପ୍ରସ୍ତୁତ ସେ ପ୍ରସଙ୍ଗରେ ଆଲୋଚନା ହୋଇଥିଲା ।

Get real time updates directly on you device, subscribe now.