ବାତ୍ୟା ମୁକାବିଲା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା; ପ୍ରସ୍ତୁତ ରହିଛନ୍ତି ଅଗ୍ନିଶମ, ଓଡ୍ରାଫ୍, ଏନ୍‌ଡିଆର୍‌ଏଫ୍‌ ଟିମ୍‌

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ବାତ୍ୟା ମୁକାବିଲା ସମୀକ୍ଷା ପରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭୟଭୀତ ନହେବାକୁ ଲୋକଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ । କହିଲେ ‘ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ, ଭୟଭୀତ ହୁଅନ୍ତୁନି । ଜିରୋ କାଜୁଆଲିଟି ଆମ ମିଶନ ବୋଲି କହିଲେ ମୁଖ୍ୟମନ୍ତ୍ରୀ । ଅଗ୍ନିଶମ, ଓଡ୍ରାଫ୍, ଏନ୍‌ଡିଆର୍‌ଏଫ୍‌ ଟିମ୍‌ ପ୍ରସ୍ତୁତ ରହିଛନ୍ତି ।

ପ୍ରଭାବିତ ହେବାକୁ ଥିବା ଅଞ୍ଚଳରୁ ଶତପ୍ରତିଶତ ସ୍ଥାନାନ୍ତରଣ କରାଯିବ । ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯିବ । ହସ୍ପିଟାଲକୁ ନିରବଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ ବ୍ୟବସ୍ଥା ହେବ । ଦରଦାମ ବୃଦ୍ଧି, କଳାବଜାରୀ ରୋକିବାକୁ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ । ସେପଟେ ବାତ୍ୟାର ଗତିପଥ ନେଇ IMDର ନୂଆ ସୂଚନା । ଓଡ଼ିଶାକୁ ହିଟ୍‌ କରିବା ସମ୍ଭାବନା ରହିଛି । ଉତ୍ତର ଓଡ଼ିଶାକୁ ହିଟ୍‌ କରିବାର ଅଧିକ ସମ୍ଭାବନା ଅଛି ।

ସୂଚନା ଅନୁସାରେ ପୁରୀ ଓ ସାଗର ଦ୍ୱୀପ ମଧ୍ୟରେ କୂଳ ଛୁଇଁପାରେ ବାତ୍ୟା । ଅକ୍ଟୋବର ୨୪ ତାରିଖ ରାତି କିମ୍ବା ୨୫ ସକାଳ ସୁଦ୍ଧା ଛୁଇଁପାରେ । ଭୀଷଣ ବାତ୍ୟା ରୂପ ନେଇ କୂଳ ଛୁଇଁପାରେ । ପବନର ବେଗ ୧୦୦ରୁ ୧୨୦ ଭିତରେ ରହିବ । ବାତ୍ୟା ସମୟରେ ଛୁଟି ହେଇପାରେ ବିଦ୍ୟାଳୟ ବର୍ଷା ପବନକୁ ଦେଖି ସ୍କୁଲ ଛୁଟି ଘୋଷଣା କରିବେ ଜିଲ୍ଲାପାଳ ସ୍କୁଲ ଛୁଟି ନେଇ ଜିଲ୍ଲାପାଳଙ୍କୁ କ୍ଷମତା ଦେଲେ ସରକାର ଗଣଶିକ୍ଷା ବିଭାଗ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ।

 

Get real time updates directly on you device, subscribe now.