ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ 10 ସ୍ଥାନରେ ଚାଲିଛି ଚଢାଉ

ଭୁବନେଶ୍ବର: ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ । କେନ୍ଦୁଝର ଜିଲ୍ଲା ବୈତରଣୀ ବେସିନ୍ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ ଜାରି ରହିଛି । ଭିଜିଲାନ୍ସ ପଞ୍ଝାରେ ପଡିଥିବା ସରକାରୀ ବାବୁଙ୍କ ନାମ କୈଳାସ ଚନ୍ଦ୍ର ସାହୁ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ ଜାରି ରହିଛି । କେନ୍ଦୁଝରରେ 2ଟି ସ୍ଥାନ ସମେତ 10 ସ୍ଥାନରେ ଚଢାଉ ଜାରି ରହିଛି । ଭୁବନେଶ୍ବର, ପୁରୀ, ଯାଜପୁର ଏବଂ କଟକରେ ମଧ୍ୟ ଚଢାଉ ଚାଲିଥିବା ଜଣାପଡିଛି । ସୂଚନା ଅନୁସାରେ, ପୈତୃକ ଘର ସମେତ ଅନେକ ସ୍ଥାନରେ ତାଙ୍କର ସ୍ଥାବର ଅସ୍ଥାବର ସମ୍ପତ୍ତି ରହିଥିବା ଜଣାପଡିଛି । ତେବେ ବର୍ତ୍ତମାନ ସୁଦ୍ଧା କେତେ ସମ୍ପତ୍ତି ଜବତ ହେଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ । ଚଢାଉ ଶେଷ ହେବା ପରେ ପ୍ରକୃତ ଚିତ୍ର ସାମ୍ନାକୁ ଆସିପାରିବ ।

Get real time updates directly on you device, subscribe now.