fbpx

କରୋନା ଭାଇରସ୍: ଦେଶରେ ୨୪ଘଣ୍ଟାରେ ୪୪୨ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ, ୪ା୭: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଗତ ୨୪ଘଣ୍ଟାରେ ଦେଶରେ ୨୨,୭୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪୨ଜଣଙ୍କର ମୃତ୍ୟୁ ହୋଇଛି । ଏଥିସହିତ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୬,୪୮,୩୧୫ରେ ପହଞ୍ଚିଥିବା ବେଳେ ମୃତ୍ୟୁ ସଂଖ୍ୟା ୧୮,୬୫୫କୁ ବୃଦ୍ଧି ପାଇଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୩,୯୪,୨୨୭ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ସଂକ୍ରମିତ ରହିଛନ୍ତି ୨,୩୫,୪୩୩ଜଣ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.